ତାମିଲ୍‌ନାଡୁ କୃଷି ମନ୍ତ୍ରୀ ଆର ଦୋରାଇକାନନୁଙ୍କ ପରଲୋକ…

ବିଜୟୱାଡା/ଚେନ୍ନାଇ (ସମୃଦ୍ଧ ଓଡିଶା) ଶନିବାର ଦିନ ତଥା ଗତକାଲି ତାମିଲନାଡୁର କୃଷିମନ୍ତ୍ରୀ ଆର ଦୋରାଇକାନନୁଙ୍କ କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଥିବା ଜଣାପଡିଛି । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଗତ ୧୩ ତାରିଖରେ ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ତାଙ୍କୁ କାବେରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗତ ରବିବାର ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଥିଲା । କରୋନା ସହ ନିମୋନିଆରେ ମଧ୍ୟ ସେ ଆକ୍ରାନ୍ତ ଥିଲେ ବୋଲି ଜଣାପଡିଛି ।