ବାତ୍ୟା ଜୱାଦ ପୁରୀରେ ସ୍ଥଳଭାଗ ଛୁଇଁବା ସମ୍ଭାବନା…

ଛତ୍ରପୁର (ସମୃଦ୍ଧ ଓଡିଶା) ପୁରୀ ଜିଲ୍ଲାରେ ବାତ୍ୟା ‘ଜୱାଦ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଥିବା ଜଣାଯାଇଛି । ସୂଚନା ଅନୁଯାୟୀ ୪ ତାରିଖ ସନ୍ଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର(SRC) ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା । ଯଦି ଦିଗ ବଦଳାଏ ତେବେ ହୁଏତ ସ୍ଥଳଭାଗ ନ ଛୁଇଁପାରେ । ସ୍ଥଳଭାଗ ନଛୁଇଁ ଓଡ଼ିଶା ଉପକୂଳ ଦେଇ ଚାଲି ଯାଇପାରେ । ସ୍ଥଳଭାଗ ନିକଟ ହେଲେ ସର୍ବାଧିକ ୯୦ରୁ ୧୦୦ କି.ମି. ବେଗରେ ପବନ ବହିପାରେ । ଏନେଇ ଏସଆରସି(SRC) ସୂଚନା ଦେଇଛନ୍ତି । ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ପୁରୀ ପ୍ରଶାସନ ପ୍ରସ୍ତୁତି ହୋଇରହିଛି । ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍‌ କରାଯାଇଛି । ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖାଯାଇଛି । ନିରବିଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଟିମ୍‌ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା