ରାଜଧାନୀରେ ଭାରତ ବନ୍ଦର ପ୍ରଭାବ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଆଜି କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ଓ ଏକଛତ୍ରବାଦ ଶାସନ ବିରୋଧରେ ଦେଶର ୧୦ରୁ ଉର୍ଦ୍ଧ୍ବ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦେଇଛନ୍ତି । ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ବାମ ଦଳ ସମେତ କଂଗ୍ରେସ ସମର୍ଥନ କରିଛି । ବନ୍ଦ ଡାକରାରେ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଥିଲା । ଗାଡ଼ିମୋଟର, ଟ୍ରେନ୍, ବସ୍ ଚଳାଚଳ ଆଦି ବନ୍ଦ ରହିଥିଲା । ବ୍ୟାବସାୟିକ ପ୍ରତିଷ୍ଠାନ ସହ ଅନ୍ୟ ସମସ୍ତ ସରକାରୀ ବେସରକାରୀ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିଥିଲା । ଏହି ବନ୍ଦର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା । ଏହି ଧର୍ମଘଟକୁ ସଫଳ କରିବାକୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ସମସ୍ତ ଜିଲ୍ଲା କଂଗ୍ରେସ କମିଟି, ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି । ଭୁବନେଶ୍ୱର ବିଭିନ୍ନ ଛକରେ ସଂଗଠନ ପକ୍ଷରୁ ରାସ୍ତାରୋକ କରାଯାଇଥିଲା । ଏଥିରେ ବହୁ ଶ୍ରମିକ ସଂଗଠନର କର୍ମୀ ମାନେ ଅଂଶ ଗ୍ରହଣ କରିଥିଲେ ।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା