ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ : ଶୁଭେଚ୍ଛା ଜଣାଇଲେ ରାହୁଲ ଓ କେଜ୍ରିୱାଲ୍…

ନୂଆଦିଲ୍ଲୀ (ସମୃଦ୍ଧ ଓଡିଶା) ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମ ଦିନ । ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହିତ ତାଙ୍କ ପାଇଁ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିବାକୁ ବିଜେପି ପକ୍ଷରୁ ସାରାଦେଶରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ଜନ୍ମଦିନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି ।