ଆପଣଙ୍କ ଭାଗ୍ୟ

ମେଷ: ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି ।

ବୃଷ: ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ. ସେତେ ଲାଭବାନ୍ ହେବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ ।

ମିଥୁନ: ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବା ସହ ଦୁଃଖି ଲୋକଙ୍କୁ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କୁମ୍ଭ: ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ଉଚ୍ଚଆଶା ପୂରଣ ହୋଇପାରେ ।  ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହୋଇ ଶାନ୍ତି ବିରାଜମାନ କରିବ । ଜମିଜମା ସଂକ୍ରାନ୍ତୀୟ ସମସ୍ୟାରେ ସଫଳତା ମିଳିବ ।

ମୀନ: ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପ୍ରତିଯୋଗିତା ପରିକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ସହ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।