ଆପଣଙ୍କ ଭାଗ୍ୟ…

ମେଷ: ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ ।

ବୃଷ: ସମାଜ ସେବାରେ ସୁନାମ ଅର୍ଜନ କରିବେ ଓ ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ।

ମିଥୁନ: ନିଜର ଯୋଗ୍ୟତା ଓ କ୍ଷମତାର ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପାଇବେ । କିନ୍ତୁ ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ଅଟକିଥିବା କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। ଛାତ୍ରଛାତ୍ରୀ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ।  ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ପଡୋଶୀଙ୍କ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ: ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢାଇବ । ପରିବାରରେ ମତାନ୍ତର ଦୂର ହେବା ସହ ଦାମ୍ପତ୍ୟ କଳହର ଅବସାନ ଘଟିବ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲବଶତଃ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି ।