ଆମ୍ବୁଲାନ୍ସରେ ରୋଗୀ ବଦଳରେ ଗଞ୍ଜେଇ ଚାଲାଣ : ପୋଲିସ ଧରିଲା ୨ ଜଣଙ୍କୁ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆମ୍ବୁଲାନ୍ସରେ ରୋଗୀ ବଦଳରେ ଗଞ୍ଜେଇ ଚାଲାଣ କରାଯାଉଥିବା ଜଣାପଡିଛି l ଏହାସହ ପୋଲିସ ୨ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି l ସୂଚନା ଅନୁଯାୟୀ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବୁଢା଼ମ୍ବ ଫାଣ୍ଡି ନିକଟରେ ପୋଲିସ ଯାଞ୍ଚ କରୁଥିବା ବେଳେ ଏକ ଆମ୍ବୁଲାନ୍ସରେ ରୋଗୀ ବଦଳରେ ଗଞ୍ଜେଇ ଧରି ଦିଗପହଣ୍ଡି ଅଞ୍ଚଳରୁ କୋଦଳା ଅଭିମୁଖେ ଯାଉଥିବା ବେଳେ ପୋଲିସ ହାତରେ ଧରା ପଡିଥିଲା l ପୋଲିସ ବିପୁଳ ପରିମାଣର ଗଞ୍ଜେଇ ଜଗବ କରିବା ସହ ୨ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖି ଥିବା ସୂଚନା ମିଳିଛି l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା