କରୋନା ଟୀକା କରଣ ପ୍ରକ୍ରିୟା ଶୁଭାରମ୍ଭ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କରୋନା ଟୀକା କରଣ ପ୍ରକ୍ରିୟା ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ଦ୍ୱାରା ଶୁଭାରମ୍ଭ ହୋଇଯାଇଛି l ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ବ୍ରହ୍ମପୁର ଠାରେ ପ୍ରଥମେ ଟିକା କରଣର ଶୁଭାରମ୍ଭ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ସ୍ଥାନିୟ ସରପଞ୍ଚ ଓ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଧନଞ୍ଜୟ ରେଡି. ଉପକଣ୍ଠ ଡାକ୍ତର ଖାନା ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ । 

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା