କାଳବୈଶାଖୀ ହେବାର ସମ୍ଭାବନା : ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ଆଗକୁ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି ସୂଚନା ଦିଆଯାଇଛି । ସେହିପରି ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି ।