ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ : ନାମାଙ୍କନ ଦାଖଲ କଲେ ୯ ପ୍ରାର୍ଥୀ…

ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଠାରେ ଅବସ୍ଥାପିତ କୋର୍ଟରେ କାର୍ଯ୍ୟରତ ଥିବା ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଆଜି ରାଜ୍ୟ ବାର୍‌ କାଉନସିଲ ନିର୍ଦ୍ଦେଶ ପ୍ରକାରେ କର୍ମକର୍ତ୍ତା ନିର୍ବାଚନ ଘେନି ଆଜି ପ୍ରଥମ ଦିନରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ନିର୍ବାଚନ ଅଧିକାରୀ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ନିର୍ବାଚନ କାର୍ଯ୍ୟକ୍ରମ ପରିଚଳନା ହେଉଥିବା ବେଳେ ଆଜି ପ୍ରଥମ ଦିନରେ ଖେମୁଣ୍ଡି ଓକିଲ ସଂଘର ୯ ଜଣ ସଦସ୍ୟ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସଭାପତି ପଦ ପାଇଁ ପରେଶ ଚନ୍ଦ୍ର ରଥ ଏବଂ ଅଶେଷ ନାଥ ମିଶ୍ର ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଉପସଭାପତି ପଦ ପାଇଁ ଗଜାନନ ତ୍ରିପାଠୀ ଏବଂ ରାମକୃଷ୍ଣ ପାଢ଼ୀ ମନୋନୟନ ପତ୍ର ଦାଖଲ କରିଛନ୍ତି । ସଂପାଦକ ପଦ ପାଇଁ ବିଜୟ କୁମାର ପ୍ରଧାନ ଏବଂ ଗିରିଜାନନ୍ଦନ ମେକପ ଓ ମନୋରଞ୍ଜନ ପଣ୍ଡା ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ସହସମ୍ପାଦକ ପଦ ପାଇଁ ରବିଚନ୍ଦ୍ର ଗୌଡ଼ ଏବଂ ପ୍ରହଲ୍ଲାଦ ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡିଛି । ପ୍ରଥମ ଦିନରେ ଖେମୁଣ୍ଡି ଓକିଲ ସଂଘର ସଦସ୍ୟ ମାନଙ୍କ ମଧ୍ୟରେ ନିର୍ବାଚନି ଉଷ୍ମତା ଦେଖାଦେଇଛି । ତେବେ ବିତ୍ତ ରକ୍ଷକ ପଦବୀ ନିମନ୍ତେ କେହି ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିନଥିବା ବେଳେ ୮ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ ଥିବା ଜଣାଯାଇଛି ।