ଗଞ୍ଜାମ ଜିଲ୍ଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ…

ଭଞ୍ଜନଗର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଭଞ୍ଜନଗର ସ୍ଥିତ ଜଳ ସେଚନ ବିଭାଗ ଡାକ ବଙ୍ଗଳା ପଡିଆରେ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟତ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଓ ପୌର ନିର୍ବାଚନକୁ ଆଖି ଆଗରେ ରଖି ଦଳୀୟ ରଣନୀତି ନେଇ ଆଲୋଚନା କରାଯିବା ସହ ଜିଲ୍ଲାର ବିଭିନ୍ନ ନେତୃବୃନ୍ଦଙ୍କୁ ଗୁରୁମନ୍ତ୍ର ପ୍ରଦାନ କରାଯାଇଥିଲା । ଏଥିରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ, ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ପଯ୍ୟବେକ୍ଷକ ତଥା ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ସାନଖେମୁଣ୍ଡି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଅନନ୍ତ ନାରାୟଣ ଜେନାଙ୍କ ସମେତ ଗଂଜାମ ଜିଲ୍ଲାର ୧୦ ଜଣ ବିଧାୟକ ବିଧାୟିକା, ୩ଜଣ ସାଂସଦ, ବିଜେଡ଼ି ଜିଲ୍ଲା ସଭାପତି ଡ଼ଃ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୂର୍ବତନ ବିଧାୟକ ଓ ଏମପି, ୬୪ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା, ଜିଲ୍ଲା କାଯ୍ୟକାରିଣୀ ସଦସ୍ୟ, ବିଜୁ ଜନତା ଦଳର ମହିଳା, ଯୁବ ଓ ଛାତ୍ର ସମେତ ଛାମୁଆ ସଙ୍ଘଠନର ମୁଖ୍ୟ କର୍ମକର୍ତ୍ତାମାନେ ଅଂଶ ଗ୍ରହଣ କରିଥିଲେ । 

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା