ଛତ୍ରପୁରର ଯୁବ ସାମାଜିକ କର୍ମୀଙ୍କ ଜନ୍ମ ଦିନ ଅବସରରେ ରକ୍ତଦାନ ଶିବିର…

ଛତ୍ରପୁର (ସମୃଦ୍ଧ ଓଡିଶା) କରୋନା ମହାମାରୀ ଯୋଗୁଁ ରକ୍ତର ଅଭାବ ରହିଥିବା ବେଳେ ରୋଗୀ ମାନଙ୍କୁ ଠିକ୍ ସମୟରେ ରକ୍ତ ଯୋଗାଇବା ପାଇଁ ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ରକ୍ତଦାନ ଶିିବିର କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଛତ୍ରପୁରର ଯୁବ ସାମାଜିକ କର୍ମୀ ଦେବାଶିଷ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ ସ୍ଥାନୀୟ ଗୌରୀ ଶଙ୍କର କଲ୍ୟାଣ ମଣ୍ଡପ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ଛତ୍ରପୁର ଓକିଲ ସଂଘର ସଭାପତି ପ୍ରଦୀପ କୁମାର ପାଢ଼ୀ, ଆଇନଜୀବୀ ଡି. ଆଦିନାରାୟଣ ରେଡ୍ଡି, ୟୁଥ୍ ମାସ୍ ସେବା ସଂଘର ସମ୍ପାଦକ ସୟଦ୍ ମୁକ୍ତାରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଯୋଗ ଦେଇ ଦେବାଶିଷଙ୍କ ଏପରି ମହତ୍ କାର୍ଯ୍ୟକୁ ପ୍ରଶଂସା କରିଥିଲେ । ଛତ୍ରପୁର ଆଖପାଖ ଅଂଚଳର ବହୁ ଯୁବକ ମାନେ ରକ୍ତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି । ବ୍ରହ୍ମପୁର ରକ୍ତଭଣ୍ଡାରର ସମସ୍ତ କର୍ମଚାରୀମାନେ ରକ୍ତ ସଂଗ୍ରହ କାର୍ଯ୍ୟରେ ନିୟୋଜିତ ହୋଇଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା