ଜୁନ ୧୭କୁ ବଢ଼ିଲା ଲକଡାଉନ…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ମହାମାରୀ କରୋନା ପାଇଁ ରାଜ୍ୟରେ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଅବଧିକୁ ବୃଦ୍ଧି କରାଇଛନ୍ତି ରାଜ୍ୟ ସରକାର । ଲକ୍‌ଡାଉନ୍‌ ବେଳେ ପୂର୍ବରୁ ଜାରି ସମସ୍ତ କଟକଣା ବଳବତ୍ତର ରହିବ । ଏହାସହ ସପ୍ତାହାନ୍ତ ଶର୍ଟଡାଉନ କଟକଣା ମଧ୍ୟ ଆଗଭଳି ଜାରି ରହିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ତେବେ ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ତଥା ନୂଆପଡା, ଗଜପତି ଓ ସୁନ୍ଦରଗଡ଼ରେ ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରାଯାଇଛି । ଏହି ୩ଟି ଜିଲ୍ଲାରେ ସକାଳ ୭ଟାରୁ ଦିନ ୧ଟା ଯାଏଁ ଦୋକାନ ଖୋଲା ରହିବ । କିନ୍ତୁ ସେଲୁନ, ସ୍ପା ଓ ମଲ୍‌ ବନ୍ଦ ରହିବ । ତେବେ ଏହି ୩ଟି ଜିଲ୍ଲାରେ ସଂକ୍ରମଣ ବଢ଼ିଲେ ପୁଣି କଟକଣା ଲାଗୁ ହେବ ।  ବାକି ୨୭ ଜିଲ୍ଲାରେ ସଂକ୍ରମଣ କମିଲେ ପର୍ଯ୍ୟାୟ କ୍ରମେ କଟକଣା କୋହଳ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।