ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ କରୋନା ସଚେତନତା ବାର୍ତ୍ତା ଦେଲେ ପ୍ରଧାନ ଶିକ୍ଷକ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀରେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଗତବର୍ଷ ମାର୍ଚ୍ଚ ମାସ ଠାରୁ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ନିଜର କାୟା ବିସ୍ତାର କରି ଚାଲିଥିବା ବେଳେ ଏହାକୁ ରୋକିବା ପାଇଁ ବିଭିନ୍ନ ପ୍ରକାର ନିୟମ ଲାଗୁ କରାଯାଇ ବିଭିନ୍ନ ଢଙ୍ଗରେ ଲୋକଙ୍କୁ ସଚେତନ କରାଯାଉଥିବା ବେଳେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ କରୋନାରୁ ରକ୍ଷା ପାଇବା ପାଇଁ ନିୟମିତ ମାକ୍ସ ପରିଧାନ, ସାମାଜିକ ଦୂରତା ବଜାୟ ରଖିବା ଓ ଭଲ ଭାବରେ ହାତ ଧୋଇ କାମ କରିବାକୁ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହାସହ ନିଜେ ସଚେତନ ରହିବା ସହିତ ସମାଜର ସବୁବର୍ଗର ଲୋକଙ୍କୁ ସଚେତନ କରାଇବାକୁ ପରାମର୍ଶ ଦେଇଛନ୍ତି ।