ପୋଲସରା ବ୍ଲକରେ ୨୩୯ ଜଣଙ୍କୁ ଭତ୍ତା ଓ ୩ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ…

ପୋଲସରା (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକରେ ନଭେମ୍ବର ୨୩ ତାରିଖ ଦିନ ୨୩୯ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ସହ ୩ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିବା ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀ ପ୍ରକାଶ କରିଛନ୍ତି । ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨୩୯ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିବା ବେଳେ ୩ ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା, ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା, ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟାଙ୍କ ସମେତ ହିତାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।