ବିଏମସି କମିଶନର ହେଲେ ସଞ୍ଜୟ କୁମାର ସିଂ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ବଦଳିଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର । ସଞ୍ଜୟ କୁମାର ସିଂ ହେଲେ ବିଏମସି କମିଶନର । ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ଜିଏ ବିଭାଗ ଓଏସଡି । ସୂଚନା ଯୋଗ୍ୟ ଯେ, ବିଏମ୍‌ସି କମିଶନର ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରି ଦିଆଯାଇଛି । ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂହଙ୍କୁ ବିଏମ୍‌ସି କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ଶ୍ରୀ ସିଂହ ହେଉଛନ୍ତି ୧୯୯୭ ବ୍ୟାଚ୍‌ର ଆଇଏଏସ୍ ଅଫିସର । ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ସଚିବ ଥିବା ସଞ୍ଜୟ କୁମାର ସିଂହଙ୍କୁ ବିଏମ୍‌ସି କମିଶନର ଦାୟିତ୍ୱ ସହିତ ବିଡିଏର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି । ତା’ସହିତ ତାଙ୍କୁ ସ୍ମାର୍ଟ ସିଟି ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଅନ୍ୟପକ୍ଷରେ ୨୦୧୦ ବ୍ୟାଚ୍‌ର ଆଇଏଏସ୍ ଅଫିସର ପ୍ରେମଚାନ୍ଦ ଚୌଧୁରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗର ଓଏସ୍‌ଡି ଭାବେ ନୂତନ ନିଯୁକ୍ତି ଦିଆଯାଇଛି । ସଞ୍ଜୟ କୁମାର ସିଂହଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଥିବା ୧୯୯୫ ବ୍ୟାଚ୍‌ର ଆଇଏଏସ୍ ଅଫିସର ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

One thought on “ବିଏମସି କମିଶନର ହେଲେ ସଞ୍ଜୟ କୁମାର ସିଂ…

  1. Excellent govt has done a good thing by posting sanjay Kumar Singh sir as commissioner. Thanks to 3rd floor of our odisha secretariat.

Comments are closed.