ବିଜୁ ଆଇନ ସାମ୍ମୁଖ୍ୟ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ବିଜେଡି ପକ୍ଷରୁ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ସାମାଜିକ କାର୍ଯ୍ୟକ୍ରମରେ ଦଳୀୟ ନେତା ଓ କର୍ମୀମାନେ ଯୋଗଦେଇ ଶ୍ରମ ଦାନ କରି ଆସୁଛନ୍ତି l ଏହାସହ ବିଭିନ୍ନ ସ୍କୁଲ, କଲେଜ, ମେଡିକାଲ ଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନ ଗୁଡିକୁ ସଫେଇ କାର୍ଯ୍ୟକ୍ରମ ଚାଲୁ ରହିଛି l ଏହି ପରିପ୍ରେକ୍ଷୀରେ ରବିବାର ଦିନ ବିଜୁ ଆଇନ ସାମ୍ମୁଖ୍ୟ ପକ୍ଷରୁ ସଭାପତି ସୁରେଶ ପଣ୍ଡାଙ୍କ ତତ୍ୱାବଧାନରେ ସ୍ଥାନୀୟ ଷ୍ଟାଡିୟମ ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଛି l ଏଥିରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଶ୍ରମ ଦାନ କରିଛନ୍ତି l ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ ଧନଞ୍ଜୟ ରେଡ୍ଡୀ, ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ଯୁବ ବିଜେଡି ଛତ୍ରପୁର ଏନଏସି ସଭାପତି ଟି. ଚନ୍ଦ୍ର ଶେଖର ରାଓ, ବିଜୁ ଆଇନ ସାମ୍ମୁଖ୍ୟର ଆବାହକ ମୋନଜ କୁମାର ପାଢ଼ୀ, ଉପଦେଷ୍ଟା ତଥା ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ବିଜୁ ଆଇନ ସାମ୍ମୁଖ୍ୟ ର ଉପସଭାପତି ଅହିଭୂଷଣ ସାହୁ, ସିମାଞ୍ଚଳ ମହାପାତ୍ର, ସରକାରୀ ଓକିଲ ଭୈରବୀ କୁମାର ପଟ୍ଟନାୟକ, କାଳୀ ପ୍ରସାଦ ଦାସ, ଡମିନାଥ ସାହୁ, କୃଷ୍ଣ ବେହେରା, ଛାତ୍ର ବିଜେଡ଼ିର ଜିଲ୍ଲା ସମ୍ପାଦକ କେ. ନାଗେଶ୍ୱର ରାଓ, ପୂର୍ବତନ କାଉନସିଲର ରାଜେଶ କୁମାର ସାହୁ, ବି. ରାଜିବାବୁ, ବାଦଲ କୁମାର ପାଣ୍ଡି, ପୋଡାପଦର ସରପଞ୍ଚ ପିତାମ୍ବର ପଣ୍ଡା, ପୂର୍ବତନ ସମିତିସଭ୍ୟ ସୁଶାନ୍ତ ସାହୁ, ପୂର୍ବତନ ସରପଞ୍ଚ ପଦିଆ ଦାସ, ବି. ଶ୍ରୀନିବାସ ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ଦାସଙ୍କ ସମେତ ବିଜୁ ଆଇନ ସାମ୍ମୁଖ୍ୟର ସମସ୍ତ ସଦସ୍ୟ ଓ ବିଜୁ ଜନତା ଦଳର ଦଳୀୟ ନେତା ଓ କର୍ମୀମାନେ ଏହି ଅଂଶ ଗ୍ରହଣ କରିଥିଲେ l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା