ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ବିଜେପି ନେତା ତଥା ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ଅଶୋକ ସାହୁଙ୍କ ପରଲୋକ ଘଟି ଯାଇଛି । କଟକ ପିଠାପୁରସ୍ଥିତ ବାସଭବନରେ ୬୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ ତାଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସେ ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ରାଜନୀତିରେ ପାଦ ଦେଇଥିଲେ । ଶ୍ରୀ ସାହୁଙ୍କ ପରଲୋକରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି । ଏହାସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।