ରାମଣ୍ଡା ଓ ରାମଚନ୍ଦ୍ରପୁର ସ୍କୁଲରେ ପୋଷାକ ବଣ୍ଟନ ମେଳା…

ବୁଗୁଡା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ରାମଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ରାମଚନ୍ଦ୍ର ପୁର ପ୍ରାଥମିକ ବିଦ୍ୟାଳୟରେ ଏପ୍ରିଲ ୬ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଭୟ ଶିକ୍ଷାନୁଷ୍ଠାନ ରେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ରାମଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କାଳୀ ଚରଣ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳାରେ ମୁଖ୍ୟବକ୍ତା ଭାବେ ସିଆରସିସି ରାଜ କିଶୋର ଦାଶ ଓ ସମ୍ମାନୀତ ଅତିଥି ଭାବେ ଏସଏମସି ସଭାପତି ପାଣ୍ଡବ ଦଳାଇ ଯୋଗ ଦେଇଥିଲେ । ଅତିଥି ବୃନ୍ଦଙ୍କ ଦ୍ଵାରା ୧୦୯ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା । ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରକାଶ ଚନ୍ଦ୍ର ଦାଶ ଓ ପ୍ରଶାନ୍ତ କୁମାର ପ୍ରଧାନ ଏବଂ ଶିକ୍ଷୟିତ୍ରୀ ରଶ୍ମିତା ପାଢ଼ୀ ମେଳା ପରିଚାଳନାରେ ସହଯୋଗ କରିଥିଲେ । ସେହିପରି ବିରଞ୍ଚିପୁର ପାଞ୍ଚାୟତ ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ସିଆରସିସି ସନ୍ତୋଷ କୁମାର ସାହୁ ଓ ଏସଏମସି ଅଧ୍ୟକ୍ଷା ସବିତା ନାୟକ ଯୋଗ ଦେଇଥିଲେ । ଅତିଥି ବୃନ୍ଦ ୨୬ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ ।