ରାଶିଫଳ

ମେଷ: ଯେ କୌଣସି କାର୍ଯ୍ୟ କରନ୍ତୁ ନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ।

ବୃଷ: ଆଶାବାଦୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ। ଧନାଗମ ହେବ।

ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ରୋଜଗାର ଆଶାନୁରୂପ ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇ ପାରନ୍ତି। ବ୍ୟବସାୟ ପାଇଁ ଉଦ୍ୟମ କରିବେ। ମୋକଦ୍ଦମା ରାୟ ଆପଣଙ୍କ ସପକ୍ଷରେ ଯିବା

କର୍କଟ: ଗୃହ କର୍ମରେ ନିୟୋଜିତ ହେବେ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁର ଭାଷୀ ହେବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଧାର୍ମିକ ହେବେ।

ସିଂହ: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। କାର୍ଯର୍୍ୟର ସଫଳ ରୂପାୟନ କରିବାରେ ସିଦ୍ଧହସ୍ତ ହେବେ।

କନ୍ୟା: କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତି ମିଳିବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସରକାରୀ ଅର୍ଥ ମିଳିବ। ପାରିବାରିକ ସୁଖ ପାଇବେ।

ତୁଳା: ଭାଗ୍ୟବାନ ହୋଇପାରନ୍ତି। ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

ବିଛା: ଭ୍ରମଣାଦିରେ ଶାନ୍ତି ମିଳିବ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ଈର୍ଷା ପରିତ୍ୟାଗ କଲେ ଆଦରଣୀୟ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିବ। ସତର୍କତାର ଦିନଟିଏ।

ଧନୁ: ‘ଅତିଭାବରେ ଗୌର ନଷ୍ଟ’ ଭଳି ସମସ୍ୟା ଉପୁଜି ପାରେ। ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ଜାଗ୍ରତ ହେବ। ଶାନ୍ତ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର: ବିବାଦୀୟ ଘଟଣାରେ ସାମୟିକ ବିବ୍ରତ ହୋଇପାରନ୍ତି। ସଂଯମୀ ହେବେ। ନେତ୍ରପୀଡ଼ା ଉପୁଜି ପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ବଳବାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

କୁମ୍ଭ: ଦିନ ଭିତରେ ଅଧିକାଂଶ ସମୟ ନୀରବ ଭାବ ପ୍ରଦର୍ଶନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଧାର୍ମିକ ଓ ତେଜସ୍ୱୀ ହେବେ।

ମୀନ: ଯେମିତି ଚାହିଁବେ ସେହିଭଳି କାର୍ଯ୍ୟ ଚାଲିପାରେ। କେତେକ କ୍ଷେତ୍ରରେ ମାନ-ଅଭିମାନ ଉପୁଜି ପାରେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କୃଷି କ୍ଷେତକୁ ତ୍ୱରାନ୍ୱିତ କରିବେ। ବୁଦ୍ଧିମାନ ହୋଇପାରନ୍ତି।