ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୁସ୍ଥ ପରିବେଶ ଓ ସୁସ୍ଥ ଜୀବନ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀରେ ଆଜି ଭର୍ଚୁଆଲ ମୋଡ୍ ରେ ସୁସ୍ଥ ପରିବେଶ ଓ ସୁସ୍ଥ ଜୀବନ ଉପରେ ଆଲୋଚନା ଚକ୍ର ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକ୍ରୁତିବନ୍ଧୁ ହରିହର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶ୍ରୀ ସାହୁ ଭର୍ଚୁଆଲ ମୋଡ୍ ରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ସୁସ୍ଥ ପରିବେଶ ଗଠନ ପାଇଁ ଅନୁରୋଧ କରିଥିଲେ । ପରିବେଶ ସୁସ୍ଥ ରହିଲେ, ସମାଜ ସୁସ୍ଥ ହେବ ବୋଲି ଶ୍ରୀ ସାହୁ ପ୍ରକାଶ କରିଥିଲେ । କୋଭିଡ୍ ର ଭୟାବହତାରୁ ଦୂରେଇ ରହିବା ସହିତ ମାକ୍ସ ପରିଧାନ ଓ ସାମାଜିକ ଦୂରତା ବଜାୟ ରଖି କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । ଭର୍ଚୁଆଲ ମୋଡ୍ ରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ଜଣାଯାଇଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।