ଅଗଷ୍ଟ ୮ରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ରେଜଲ୍ଟ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଆସନ୍ତା ଅଗଷ୍ଟ ୮ରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକଙ୍କ ରେଜଲ୍ଟ । ଏନେଇ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ଆସନ୍ତା ୮ରେ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ ବୋଲି କୁହାଯାଇଛି । ଚଳିତ ବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଥିବା ଜଣାଯାଇଛି ।