ଆଜି ‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା

ଭୁବନେଶ୍ୱର(ସମୃଦ୍ଧଓଡିଶା) ‘ଗତ ୧୦ ବର୍ଷରେ ରାଜନୀତିର ସଂସ୍କୃତି ବଦଳିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରାଜନୀତିର ସଂସ୍କୃତି ବ୍ୟାପକ ପରିବର୍ତନ ହୋଇଛି । ନିର୍ବାଚନୀ ଇସ୍ତାହାରର ଗରିମା, ମହତ୍ୱ ମଧ୍ୟ ବଢ଼ି ଯାଇଛି। ପୂର୍ବ ସରକାର ସମୟରେ ଇସ୍ତାହାର ଏକ ଦେଖାଣିଆ ଥିଲା ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଆଜି ଅପରାହ୍ନରେ ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚି ବିଜେପି ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି । ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଜେପି ନଡ୍ଡା କହିଛନ୍ତି, ଗତ ୧୦ ବର୍ଷରେ ରାଜନୀତିର ସଂସ୍କୃତି ବଦଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରାଜନୀତିର ସଂସ୍କୃତି ବଦଳିଛି। ନିର୍ବାଚନୀ ଇସ୍ତାହାରର ଗରିମା, ମହତ୍ୱ ବଢ଼ି ଯାଇଛି। ପୂର୍ବ ସରକାର ସମୟରେ ଇସ୍ତାହାର ଏକ ଦେଖାଣିଆ ଥିଲା। ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇ ସେମାନେ ଭୁଲି ଯାଉଥିଲେ। ଏବେ ମୋଦି ସରକାରଙ୍କ ସଂକଳ୍ପ ‘ଯାହା କହିଛୁ, କରି ଦେଖାଇଛୁ’। ଯାହା କହିଛୁ କରିଛୁ, ଯାହା କହୁଛୁ, ନିଶ୍ଚିତ କରି ଦେଖାଇବୁ ବୋଲି ନଡ୍ଡା କହିଛନ୍ତି। ସଙ୍କଳ୍ପ ପତ୍ର ଉନ୍ମୋଚନ ସମୟରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପୂର୍ବ ସଭାପତି ସମୀର ମହାନ୍ତି ସାମିଲ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସାମିଲ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟଯେ ଆଜି ରାତି ଦଶଟାରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ପହଞ୍ଚିବେ ଭୁବନେଶ୍ୱରରେ ଓ ରାତ୍ରି ଯାପନ କରିବେ । କାଲି ସକାଳୁ ବ୍ରହ୍ମପୁର ଅଭିମୁଖେ ନିର୍ବାଚନ ପ୍ରଚାରରେ ଯିବେ ।

ରିପୋର୍ଟ : ରଜତ ମହାପାତ୍ର

Leave a Reply

Your email address will not be published. Required fields are marked *