ଓଜେଇଇ ପରୀକ୍ଷା ଫଳ : କେଉଁ ବିଭାଗରେ କିଏ ଟପର ?

ଭୁବନେଶ୍ୱର(ସମୃଦ୍ଧଓଡିଶା)ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ ଆଜି ପ୍ରକାଶ ପାଇଛି । ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି।  ୪୮,୮୧୫ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୪୮,୭୮୩ ଜଣ ରାଙ୍କ ପାଇଛନ୍ତି। ବି-ଫାର୍ମରେ ସୌରଭ କୁମାର ପତି ଟପ୍ପର ହୋଇ ଥିବା ବେଳେ ଏମବିଏରେ ସତ୍ୟଜିତ ସାହୁ, ଏମସିଏରେ ଅପୂର୍ବ ନାୟକ, ସିଭିଲ ଇଞ୍ଜିନିୟରିଂରେ ସୁବାଷ ପୃଷ୍ଟି, ଇଲେକ୍ଟ୍ରିକାଲରେ ସତ୍ୟଜିତ୍‌ ମହାନ୍ତି, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡା, କେମିକାଲ ଇଞ୍ଜିନିୟରିଂରେ ସଂଗ୍ରାମ ପାତ୍ର, ଏମ୍‌ ଫାର୍ମରେ ରଶ୍ମିରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଟପ୍ପର ହୋଇଛନ୍ତି। ଓଜେଇଇ ପରୀକ୍ଷା ଗତ ମେ’ ୮ରୁ ୧୫ ପର୍ଯ୍ୟନ୍ତ ହୋଇଥିଲା । ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ। ଲାଟରାଲ ଏଣ୍ଟ୍ରି, ଏମଟେକ୍, ଏମବିଏ, ଏମସିଏ ଭଳି ପ୍ରଫେସନାଲ କୋର୍ସରେ ଆଡମିଶନ ଲାଗି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଅନ୍ୟପକ୍ଷରେ ଆସନ୍ତା ୨୬ ତାରିଖରୁ ସ୍ପେଶାଲ OJEE ଜୁନ୍‌ ୩୦ ତାରିଖ ଯାଏଁ ଅନୁଷ୍ଠିତ ହେବ।ଏହା ଗତକାଲିଠାରୁ ପଞ୍ଜୀକରଣ ଆରମ୍ଭ ହୋଇଛି , ୮ ତାରିଖ ଯାଏଁ ଚାଲିବ।