ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଯଦ୍ୱାରା ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ । ଏହାସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । କୋଭିଡ ମହାମାରୀ କାଳରେ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରାଯାଇଛି ।