କେ.ବରିଡା ଗ୍ରସ୍ତ କରି ନବ ନିର୍ମାଣାଧୀନ ପାର୍କ ପରିଦର୍ଶନ କଲେ ଜିଲ୍ଲାପାଳ…

ବେଗୁନିଆପଡା (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଗୁନିଆପଡା ବ୍ଲକ ଗ୍ରସ୍ତ କରିବା ସହ କେ.ବରିଡା ଗ୍ରସ୍ତ କରି ଆଜି କେ.ବରିଡା ସ୍ଥିତ ଅମରେଶ୍ୱର ମନ୍ଦିର ପରିସରରେ ନିର୍ମାଣାଧୀନ ପାର୍କ ପରିଦର୍ଶନ କରିଥିଲେ ଏବଂ ପାର୍କର ସୌନ୍ଦର୍ଯ୍ୟପୂର୍ଣ୍ଣ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେବା ପାଇଁ ପ୍ରକାଶ କରିଥିଲେ l ମନରେଗା ଯୋଜନା ସହ ପଞ୍ଚାୟତ ପାଣ୍ଠିରୁ ଆସିଥିବା ଅନୁଦାନରେ ଏହା ନିର୍ମାଣ ହେବାକୁ ଥିବା ବେଳେ ଏହି କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ପାଇଁ ସହକାରୀ ଯନ୍ତ୍ରୀଙ୍କୁ କହିଥିଲେ l ଏହି କାର୍ଯ୍ୟକ୍ରମରେ ବିଡ଼ିଓ ବେଦବର ପ୍ରଧାନ, ସହକାରୀ ଯନ୍ତ୍ରୀ, ସ୍ଥାନୀୟ ସରପଞ୍ଚ ଚିତ୍ରସେନ ନାୟକଙ୍କ ସମେତ ମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା