କ୍ୱାରେନଟାଇନ ସେଣ୍ଟରରେ ଯୋଗଭ୍ୟାସ କଲେ ସୁରତ ଫେରନ୍ତା…

ବେଗୁନିଆପଡା (ସମୃଦ୍ଧ ଓଡିଶା) ଅନ୍ୟ ସୁରତ ଫେରନ୍ତାଙ୍କ ପାଇଁ ଉଦାହରଣ ସାଜିଲେ ବେଗୁନିଆପଡା ବ୍ଲକ ସ୍ଥିତ କେ. ବରିଡା କ୍ୱାରେନଣ୍ଟାଇନ ସେଣ୍ଟରରେ ଥିବା ସୁରତ ଫେରନ୍ତା ପ୍ରବାସୀ ଓଡ଼ିଆ । ଏହି କ୍ୱାରେନଣ୍ଟାଇନ ସେଣ୍ଟରରେ ପ୍ରାୟ ୬୨ଜଣ ସୁରତ ଫେରନ୍ତା ଥିବାବେଳେ କେ. ବରିଡା ଉର୍ଣ୍ଣିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବାସୀଙ୍କୁ ଆଜି ଯୋଗ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି । ପ୍ରାତଃରୁ ସମସ୍ତ ପ୍ରବାସୀ ଶୌଚ ସାରି ବିଦ୍ୟାଳୟର ଖେଳ ପଡିଆରେ ସାମାଜିକ ଦୂରତା ଅବଲମ୍ବନ କରି ଯୋଗ କରିଥିଲେ । କଞ୍ଚଣ। ସ୍କୁଲର ଖେଳ ଶିକ୍ଷକ ମଞ୍ଜୁଲତା ଡାକୁଆ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିବା ବେଳେ ସରପଞ୍ଚ ଚିତ୍ରସେନ ନାୟକ, ଜିଲ୍ଲା ପରିଷଦ ସଦସ୍ୟ ପ୍ରତିନିଧି ତ୍ରିନାଥ ଭୂୟାଁ, ପ୍ରଧାନ ଶିକ୍ଷକ ସୁରଜିତ ବିଷୋୟୀ ପ୍ରମୁଖ ସହଯୋଗ କରିଥିଲେ । ପ୍ରବାସୀ ଓଡ଼ିଆମାନଙ୍କ ଏଭଳି ଶୃଙ୍ଖଳିତ ଭାବରେ କ୍ୱାରେନଣ୍ଟାଇନରେ ରହି ସାମାଜିକ ଦୂରତା ଅବଲମ୍ବନ କରି ସରକାରୀ ନିୟମ ପାଳନ କରିଥିବାରୁ ସ୍ଥାନୀୟ ପ୍ରଶାସନ ସାଧୁବାଦ ଜଣାଇଛନ୍ତି ।

ରିପୋର୍ଟ : ହରପ୍ରସାଦ ବିଷୋୟୀ