ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ : ୭ ମୃତ, ୭ ଆହତ…

ରାଇପୁର (ସମୃଦ୍ଧ ଓଡିଶା) ଛତିଶଗଡ଼ ରାଇପୁରର ଚେରି ଖେଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି । ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ଆଜି ଭୋର ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଏକ ବସ୍‌ ଗୁଜରାଟର ସୁରତ ଅଭିମୁଖେ ଯାତ୍ରା କରୁଥିଲା । ଏହି ସମୟରେ ବସ୍‌ଟି ରାଇପୁରର ଚେରି ଖେଡି ନିକଟରେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଥିବା ଜଣାପଡିଛି ।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା