ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ

ଛତ୍ରପୁର(ସମୃଦ୍ଧଓଡିଶା)ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସାମନ୍ତରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର ଙ୍କ ଦ୍ଵାରା ପ୍ରାୟୋଜିତ ଏହି ତାଲିମ ଶିବିରରେ ଛାତ୍ରୀମାନଙ୍କୁ ମାନସିକ ଏବଂ ଶାରୀରିକ ସ୍ତରରେ ଉନ୍ନତି ଓ ସୁଦୃଢ କରିବା ର ଏହା ଏକ ପ୍ରୟାସ ବୋଲି ଅଧ୍ୟକ୍ଷା ଶ୍ରୀମତୀ ସାମନ୍ତରାୟ ମତପ୍ରକାଶ କରିଥିଲେ । ଅନୁଷ୍ଠାନ ତରଫରୁ ତାଲିମ ଦେଇଥିବା ଟ୍ରେନରକୁ ପ୍ରଶଂସା ପତ୍ର ପ୍ରଦାନ ସହ ଅନୁଷ୍ଠାନ ତରଫରୁ ସମ୍ମାନୀତ କରଯାଇଥିଲା । ଏହି କାର୍ଯ୍ୟକ୍ରମ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀ କେ. ଧର୍ମା ରାଓ ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନ ର ସମସ୍ତ ଅଧ୍ୟାପିକା,କର୍ମଚାରୀ ଓ ୧୨୦ ରୁ ଅଧିକ ଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା