ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଶିକ୍ଷାଧିକରୀ….

ପାରଳାଖେମୁଣ୍ଡି(ସମୃଦ୍ଧ ଓଡିଶା)ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସମସ୍ତ ଛାତ୍ରାଛାତ୍ରୀମାନଙ୍କୁ ଜିଲ୍ଲା ଶିକ୍ଷାପ୍ରକଳ୍ପ ଅଧିକାରୀ ମୁଖ୍ୟଅତିଥି ରୂପେ ଯୋଗଦେଇ ପୋଷାକ ଓ ଜୋତା ବଣ୍ଟନ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗ ଦେଇ ପୋଷାକ ଓ ଜୋତା ବଣ୍ଟନ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଅନ୍ୟ ମାନଂକ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବୃଶକେତୁ ଦାସ , ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜି.ସୁଦର୍ଶନ ରାଓ ଏବଂ ବରିଷ୍ଠ ଶିକ୍ଷକ ବି.ବୃନ୍ଦାବନ ରାଓ ପ୍ରମୁଖ ଅତିଥି ଭାବେ ଯୋଗଦେଇ ସମସ୍ତ ଛାତ୍ର ଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ । ଶିକ୍ଷକ ନିଜର ଜ୍ଞାନ,ଚରିତ୍ର,ଉତ୍ତମ ବ୍ୟବହାର,ଲୋକସମ୍ପର୍କ,ଛାତ୍ରବତ୍ସଳ, କର୍ମଠ,ଉତ୍ତମ ଶିକ୍ଷାଦାନ ଯୋଗୁଁ ସମାଜରେ ପୂଜ୍ୟ ହୋଇଥାଏ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ପରାମର୍ଶ ଦେବାସହ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଶିକ୍ଷା ଆହରଣ ପାଇଁ ଶିକ୍ଷା ଓ ଶିକ୍ଷକଙ୍କ ପ୍ରତି ସେମାନଙ୍କ ପରମ ଭକ୍ତି ରହିବାକୁ ନିର୍ଦେଶ ଦେଇଥିଲେ । ଏହି ବଣ୍ଟନ କାର୍ଯ୍ୟକ୍ରମକୂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ସିଆରସି କ୍ରିଷ୍ନାରାଓ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ : କୃଷ୍ଣ କୁମାର ବେହେରା