ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏହି ଜନ ଅଭିଯୋଗ ଶୁଣାଣୀରେ ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୯୭ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୮୮ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା ୭ଟି, ଦୁଇ ଜଣକୁ ରେଡ୍ କ୍ରସ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରାଯାଇଛି ଓ ୮୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ମିଳିତ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଆଜିର ଶୁଣାଣୀ ସମୟରେ ମହାନଗର ନିଗମ କମିଶନର ଜେ.ସୋନାଲ୍, ଆରକ୍ଷୀ ଅଧିକ୍ଷକ ଶ୍ରବଣ ବିବେକ ଏମ, ମୁଖ୍ୟ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଞ୍ଜାମ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣି ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।