ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଦିନିକିଆ ଗଜପତି ଗ୍ରସ୍ତ…

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି. ଇ. ଆପାଙ୍ଗ ଆଓ ପାରଳାଖେମୁଣ୍ଡି ଠାରେ ପହଞ୍ଚି ପ୍ରଥମେ କୋଭିଡ଼ି-୧୯ ଦାୟିତ୍ୱରେ ଥିବା ଜିଲ୍ଲାସ୍ତରୀୟ ଅଧିକାରୀଙ୍କର ସମୀକ୍ଷା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅନୁପମ ସାହା ଅତିରିକ୍ତ ଜିଲ୍ଲାପାଳ ଜ୍ଞାନରଞ୍ଜନ ଭଞ୍ଜଦେଓ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କରୁଣା କର ରାଇକା. ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ମହେଶ ଚୌଧୁରୀ, ଜିଲ୍ଲା ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ସରୋଜ କୁମାର ବେହେରା, ଅତିରିକ୍ତ ଉପ ଜିଲ୍ଲାପାଳ ଶେଷ ଦେବ ମିଶ୍ର ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଣୀ ଗୁନୁ ରାଣି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ରିପୋର୍ଟ : କୃଷ୍ଣ କୁମାର ବେହେରା