ପୁଣି ପ୍ରବଳ ବର୍ଷିବ ଓଡିଶାର ଏସବୁ ରାଜ୍ୟରେ…

ଭୁବନେଶ୍ବର(ସମୃଦ୍ଧ ଓଡିଶା)ରାଜ୍ୟରେ ସପ୍ତାହେ ଯାଏଁ ବର୍ଷା ଲାଗି ରହିବ । ଆଉ ଏକ ଲଘୁଚାପ ପ୍ରଭାବରେ ୩୦ରୁ ବର୍ଷା ଆରମ୍ଭ ହେବ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେଇଛି ।ତାର ପ୍ରଭାବରେ ଆସନ୍ତା ୪ ଦିନ ଧରି ଓଡ଼ିଶାରେ ବର୍ଷା ଲାଗିରହିବ। ବର୍ଷା ପରିମାଣ ବଢ଼ି କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଇପାରେ। ତାହାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ଓ ୩୧ ତାରିଖ ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି ଉପରେ ଦୃଷ୍ଟି ରଖିବାକୁ କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଭଦ୍ରକ, ଜଗତସିଂହପୁର ଓ ବାଲେଶ୍ବର ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେଇପାରେ। ତେବେ ଏହାପରେ ପାଗରେ ପରିବର୍ତନ ଆସିବ। ଉତ୍ତର ଓଡ଼ିଶା ସମେତ କଟକ, ନୟାଗଡ଼, ନବରଙ୍ଗପୁରରେ ପ୍ରବଳ ବର୍ଷା ହେଇପାରେ।ସେପ୍ଟେମ୍ବର ୧ ତାରିଖ ପରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଇପାରେ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାର ଗେଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ବରଗଡ଼, ସୋନପୁର, ବୌଦ୍ଧ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା ଓ ସମ୍ବଲପୁରରେ ପ୍ରବଳ ବର୍ଷା ଲାଗିରହିବ। ମୋଟାମୋଟି ଭାବେ ରାଜ୍ୟରେ ଉପକୂଳରେ ସ୍ବାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବାକୁ ଥିବାବେଳେ ପଶ୍ଚିମ ଓଡ଼ିଶାରେ ବର୍ଷା କମ୍ ରହିବ ।