ପୁଣି ସୃଷ୍ଟି ହେଉଛି ବଙ୍ଗୋପସାଗରରେ ଲଘୁଚାପ : ପ୍ରବଳ ବର୍ଷା ହେବାର ସମ୍ଭାବନା…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେଉଥିବା ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ । ଆସନ୍ତା ୪ ତାରିଖରେ ଲଘୁଚାପରେ ପରିଣତ ହୋଇ ଲଗାଣ ବର୍ଷା କରାଇବାର ସମ୍ଭାବନା ରହିଛି । ଏହାସହ ରାଜ୍ୟରେ ୩ରୁ ୪ ଦିନ ବର୍ଷା ଲାଗି ରହିବ । ୩ ତାରିଖରୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏହାର ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ପୁରୀ, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗିର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୪ ତାରିଖ ବେଳକୁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।