ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳଙ୍କ ଦେହାନ୍ତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ହୋଇଯାଇଛି । କିଛିଦିନ ପୂର୍ବରୁ ହେମାନନ୍ଦ ତାଙ୍କର ନିଜ ଗାଁ ଝାରସୁଗୁଡ଼ା ଜିଲ୍ଲାର ଠାକୁରପଡ଼ାକୁ ଯାଇଥିଲେ । ସେଠାରେ ସେ ହଠାତ୍ ତଳେ ପଡ଼ି ଯାଇଥିଲେ । ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରବର୍ତ୍ତୀ ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ ହେଁ ତାଙ୍କୁ ଜ୍ୱର ହୋଇଥିଲା । ତେବେ ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା । ହେମାନନ୍ଦ ଚିକିତ୍ସାଧୀନ ରହିଥିବା ତାଙ୍କ ପରିବାର ପୂର୍ବରୁ ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ହେମାନନ୍ଦ ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମସିହା ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଓ ୧୯୯୯ ମସିହା ଡିସେମ୍ବର ମାସ ୬ରୁ ୨୦୦୦ ମସିହା ମାର୍ଚ୍ଚ ମାସ ୫ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ । ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ସୁନ୍ଦରଗଡ଼ ସାଂସଦ ରହିଥିଲେ । ସେ ହେଉଛନ୍ତି ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ । ସେ ଓଡ଼ିଶାରେ ଦୁଇଥର ମୁଖ୍ୟମନ୍ତ୍ରୀ ହୋଇଥିଲେ ।