ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ “ବନ୍ଦେ ଉତ୍କଳ ଜନନୀ” ଗାନ

ଭୁବନେଶ୍ଵର(ସମୃଦ୍ଧଓଡିଶା)ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ଆଜି ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନର ପାମକୋର୍ଟଠାରେ ଗୃହ ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀମତୀ ସନ୍ତୋଷ ବାଲା ସମବେତ ଅଧିକାରୀ ଓ କର୍ମଚାରୀମାନଙ୍କୁ ରାଜ୍ୟ ସଂଗୀତ “ବନ୍ଦେ ଉତ୍କଳ ଜନନୀ” ଗାନ କରାଇଥିଲେ ।  ସ୍ଵାସ୍ଥ୍ୟ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ନାରାୟଣ ସାହୁ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ତଥା ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ ।  ସେହିପରି ସୂଚନା ଓ ଲୋକସମ୍ପର୍କ ବିଭାଗରେ “ବନ୍ଦେ ଉତ୍କଳ ଜନନୀ” ଗାନ କରାଯାଇଥିଲା । ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟ। ସାହୁ କାର୍ଯ୍ୟକ୍ରମର ନେତୃତ୍ଵ ନେଇଥିଲେ।ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂହ, ଉପ ଶାସନ ସଚିବ ଶ୍ରୀ ପ୍ରଭାକର ବେହେରା, ସହକାରୀ ଅର୍ଥ ପରାମର୍ଶଦାତା, ଶ୍ରୀ ପୃଥ୍ଵୀରାଜ ପାଣି, ଅନୁ ଶାସନ ସଚିବ ଶ୍ରୀମତୀ ସୁନନ୍ଦା ମିଶ୍ର ତଥା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ରିପୋର୍ଟ : ରଜତ ମହାପାତ୍ର