ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ…

ବୁଗୁଡା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ଶଙ୍କୁରୁ ଗ୍ରାମ ପାଞ୍ଚାୟତର ଭାଲୁଆସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଏପ୍ରିଲ ୦୩ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଶନ କୁମାର ବେହେରା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ମାଣିତରା କ୍ଳଷ୍ଟର ସିଆରସିସି ଭବାନୀ ପାତ୍ର ଓ ଏସଏମସି ସଭାପତି ଜଗନ୍ନାଥ ଗୌଡ଼ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଅନୁପ କୁମାର ଖଡଙ୍ଗା ଏହି ମେଳାରେ ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ବୃନ୍ଦ ସମସ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ବିଭୁ ସୁନ୍ଦର ସାହୁ ମେଳା ପରିଚାଳନାରେ ସହଯୋଗ କରିଥିଲେ ।