ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସାରାଦେଶରେ ଲକଡାଉନ ଯୋଗୁଁ ରକ୍ତ ଭଣ୍ଡାର ମାନଙ୍କରେ ରକ୍ତ ଅଭାବ ଦେଖା ଦେଇଛି ସେଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଢେଙ୍କାନାଳ ବିଜୁ ଛାତ୍ର ଜନତା ଦଳର ସଭାପତି ସୁରଜ ମହାପାତ୍ରଙ୍କ ନେତୃତ୍ୱରେ ଅପ୍ରେଲ ୮ ତାରିଖରେ ୫୧ ୟୁନିଟ ରକ୍ତ ସଂଗ୍ରହ ପରେ ଆଜି ସାମାଜିକ ଦୂରତା ରକ୍ଷା କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ଏଥିରେ ମୋଟ ୫୭ (ୟୁନିଟ) ରକ୍ତ ସଂଗ୍ରହ ହୋଇଥିଲା । ଦେଶର ଏହି ଶଂଙ୍କଟ ସମୟରେ ଜୀବନକୁ ବାଜି ଲଗାଇ ରକ୍ତଦାନ କରିଥିବା ସମସ୍ତ ରକ୍ତଦାତାଙ୍କୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଇଛି ।

ରିପୋର୍ଟ : ସଞ୍ଜୟ କୁମାର ପଣ୍ଡା