ବିଜେଡି ପକ୍ଷରୁ ୧୧ତମ ରକ୍ତଦାନ ଶିବିର ଅନୁଷ୍ଠିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ବିଜୁ ଜନତା ଦଳ ବିଧାୟକ ବିକ୍ରମ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୧ତମ ରକ୍ତଦାନ ଶିବିର ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିର ଉତ୍କଳ ସିନେମା ହଲ ଛକ ଉପରେ ଆୟୋଜନ କରାଯାଇଥିଲା । ଲକଡାଉନ ଯୋଗୁଁ ଏଥିରେ ସମସ୍ତେ ସାମାଜିକ ଦୂରତା ରକ୍ଷା କରି ୩୦ରୁ ଉର୍ଦ୍ଧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ରୋଗୀମାନେ ରକ୍ତ ଅଭାବରୁ ବିଭିନ୍ନ ସମୟରେ ମୃତ୍ୟୁ ମୁଖରେ ପଡୁଛନ୍ତି । ତେଣୁ ବିଜେଡି କର୍ମୀମାନେ ନିଜ ନିଜ ଅଞ୍ଚଳରେ ରକ୍ତଦାନ କରି ନିରୀହ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଦଳୀୟ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଧାୟକ ଗତ କିଛି ଦିନ ଧରି ବିଭିନ୍ନ ସାହି ଗଳି କନ୍ଦିରେ ଅଞ୍ଚଳବାସୀଙ୍କୁ ପ୍ରବର୍ତ୍ତାଇ ଏହିଭଳି ରକ୍ତ ସଂଗ୍ରହ କରୁଥିବା ସୂଚନା ମିଳିଛି । ଆଜିକୁ ମିଶାଇ ରକ୍ତଦାନ ଶିବିର ସଂଖ୍ୟା ୧୧କୁ ପହଁଚିଛି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ବଡ ଡାକ୍ତରଖାନାର କର୍ମଚାରୀମାନେ ରକ୍ତ ସଂଗ୍ରହ କରିଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା