ବିଧାୟକଙ୍କ ରକ୍ତ ସଂଗ୍ରହ ଅଭିଯାନ….

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆସ୍କାରୋଡ଼ ସ୍ଥିତ କାଳୁପାତ୍ର ସାହିରେ ବର୍ଷାକୁ ଖାତିର ନ କରି ସମ୍ପୂର୍ଣ ସୁରକ୍ଷିତ ଦୂରତା ରକ୍ଷା କରି ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ରୋଗୀମାନେ ରକ୍ତ ଅଭାବରୁ ବିଭିନ୍ନ ସମୟରେ ମୃତ୍ୟୁମୁଖରେ ପଡୁଛନ୍ତି । ତେଣୁ ବିଜେଡି କର୍ମୀମାନେ ନିଜ ନିଜ ଅଞ୍ଚଳରେ ରକ୍ତଦାନ କରି ନିରୀହ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଦଳୀୟ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଧାୟକ ଗତ କିଛି ଦିନ ଧରି ବିଭିନ୍ନ ସାହି ଗଳି କନ୍ଦିରେ ଅଞ୍ଚଳବାସୀଙ୍କୁ ପ୍ରବର୍ତ୍ତାଇ ଏହିଭଳି ରକ୍ତ ସଂଗ୍ରହ କରୁଥିବା ଦେଖିବାକୁ ମିଳିଛି । ବ୍ରହ୍ମପୁର ବଡ ଡାକ୍ତରଖାନାର କର୍ମଚାରୀମାନେ ରକ୍ତ ସଂଗ୍ରହ କରିଥିଲେ ।

ରିପୋର୍ଟ : ଆଶୁତୋଷ ପଟ୍ଟନାୟକ