ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ଉଦଘାଟନ କଲେ ବିଧାୟକ…

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଜେ. ଡେଙ୍ଗାପଦର ଓ ଲକ୍ଷ୍ମଣପଲ୍ଲୀ ଗ୍ରାମ ଠାରେ ବିଜୁ ଜନତା ଦଳର “କରୋନା” ଜନ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ଗ୍ରାମର ଅଙ୍ଗନବାଡି କେନ୍ଦ୍ର ୨ର ନୂତନ ଗୃହ ଏବଂ ଲକ୍ଷ୍ମଣପଲ୍ଲୀ ଗ୍ରାମର କଲ୍ୟାଣୀ ମଣ୍ଡପର ନୂତନ କୋଠା ଦୁଇଟି ପ୍ରକଳ୍ପକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ରବିବାର ଦିନ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ଜିଲ୍ଲା ପରିଷଦ ସଦସ୍ୟା ସୁଚିତ୍ରା ବିଷୋୟୀ ଓ ସ୍ଥାନୀୟ ସରପଞ୍ଚଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଗ୍ରାମବାସୀମାନେ ଅଂଶ ଗ୍ରହଣ କରିଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା