ବ୍ରହ୍ମପୁରରେ ଉତ୍କଳ ଦିବସ ପାଳନ …

ବ୍ରହ୍ମପୁର(ସମୃଦ୍ଧ ଓଡିଶା)ବ୍ରହ୍ମପୁରରେ ଉତ୍କଳ ଦିବସ ପାଳନ ଅବସରରେ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି. ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ,ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ କର୍ମବୀର ବୃନ୍ଦାବନ ନାୟକଙ୍କ
ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି. ଏହି କମିଟିର ସମ୍ପାଦକ ପ୍ରମୋଦ କୁମାର ପଣ୍ଡାଙ୍କ ଆହ୍ୱାନ କ୍ରମେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମେତ ବହୁ ବିଭିନ୍ନ ବିଦ୍ୟାଳୟର ବିଦ୍ୟାର୍ଥୀ ତଥା ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଉତ୍କଳ ଦିବସରେ ଓଡିଶା ଗଠନ ଓ ଓଡ଼ିଆଙ୍କ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ.