ବ୍ରହ୍ମପୁରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଯାଇଛି । ରାମଲିଙ୍ଗମ ପୋଖରୀ ପାର୍ଶ୍ୱରେ ଥିବା ଗାନ୍ଧୀ ପାର୍କ ଓ ଗାନ୍ଧୀ ନଗର ଛକ ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଠ ଅତିଥିମାନଙ୍କ ଗହଣରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଜିଲ୍ଲା ସଂସ୍କୃତ ପରିଷଦ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମାଲ୍ୟଅର୍ପଣ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ରାଜ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଅଧକ୍ଷ ଡ଼ଃ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ମହାନଗର ନିଗମ କମିଶନର ଡ଼ଃ. ସିଧେସ୍ୱର ବଳିରାମ ବନ୍ଦୋର, ବ୍ରହ୍ମପୁର ଉପ ଜିଲ୍ଲାପାଳ କୀର୍ତ୍ତି ଭାସନ ଓ ସହରର ବହୁ ମାନ୍ୟଗଣ୍ ବ୍ୟକ୍ତି ଉପସ୍ଥିତ ରହି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଉଭୟ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ହିଲପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ଗାନ୍ଧିଜୀଙ୍କ ଜୀବନ ଆଦର୍ଶ ସମ୍ପର୍କିତ ଏକ ଫୋଟୋଚିତ୍ର ପ୍ରଦର୍ଶନିକୁ ଅତିଥିଗଣ ଉଦ୍ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଅଧିକାରୀ ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସହଯୋଗ କରିଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା