ମୁକ୍ତାଦେଇପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଗତ ଗୁରୁବାର ଦିନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁକ୍ତାଦେଇପୁର ପ୍ରାଙ୍ଗଣରେ ନେତାଜୀ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ । ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ବିଦ୍ୟାଳୟର ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ କୁନ୍ତୀ ମିଶ୍ର ସଭାପତିତ୍ୱ କରି ଛାତ୍ରଛାତ୍ରୀମାନଙ୍କୁ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ବିଷୟରେ ଉଦବୋଧନ ଦେଇଥିଲେ । ଛାତ୍ରଛାତ୍ରୀମାନେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ବିଷୟରେ ଅଭିଭାଷଣ ଦେଇଥିଲେ । ଏଥିସହିତ ବିଦ୍ୟାଳୟରେ ଏକ ବକୃତା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଉକ୍ତ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ଗୀତାଞ୍ଜଳି ରଣା (୧ମ), ନଗମା ବେଗମ (୨ୟ) ଓ ଶୁଭଶ୍ମୀତା ରଣା (୩ୟ) ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ଶେଷରେ ସମସ୍ତ ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ପ୍ରଭାସିନୀ ନନ୍ଦ, ଶ୍ରୀମତୀ ସୁଜାତା ପଣ୍ଡା, ଶ୍ରୀମତୀ ଭାରତୀ ଦଳେଇ ଓ ଶ୍ରୀମତୀ ବିମୋହିନୀ ଦେବୀ ସହଯୋଗ କରିଥିଲେ ।

ରିପୋର୍ଟ : ଶୁଭମ କୁମାର ପାଣି