ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାସିକ ଦରମା ଦାନ…

ଭଞ୍ଜନଗର (ସମୃଦ୍ଧ ଓଡିଶା) କୋରନା ମୁକାବିଲାକୁ ନେଇ ସରକାରଙ୍କ ପକ୍ଷରୁ ସାରା ଦେଶରେ ଲକ୍ ଡାଉନ ଘୋଷଣା କରାଯାଇଛି । ଜନସାଧାରଣ ମଧ୍ୟ ସଚେତନ ହୋଇ ସରକାରଙ୍କୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି । ଫଳରେ ଏଭଳି ପରିସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାହାଯ୍ୟ କରିବାକୁ ଯାଇ ଦେଶର ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବହୁ ବଦାନ୍ୟ ବ୍ୟକ୍ତି, ଶିଳ୍ପ ସଂସ୍ଥା, ସରକାରୀ କର୍ମଚାରୀ ଓ ବିଭିନ୍ନ ସଂଘଠନ ସହାୟତାର ହାତ ବଢ଼ାଇ ଚାଲିଛନ୍ତି । ଏହି ମହତ କାଯ୍ୟରେ ଭଞ୍ଜନଗର ଧୁମୁଛାଇ ସ୍ଥିତ ପାଟୁଳି ସାହି ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ଉଶାରାଣୀ ପାଠୀ ନିଜର ଏକମାସର ଦରମା (୩୦୦୦୦) ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରିଛନ୍ତି । ଏହ ଅର୍ଥରାଶିର ଚେକ ପ୍ରଦାନ ସମୟରେ ତାଙ୍କ ସ୍ୱାମୀ ସୁଶାନ୍ତ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ । ଶିକ୍ଷୟତ୍ରୀଙ୍କ ଏଭଳି ମହାନ କାଯ୍ୟକୁ ଅଂଚଳବାସୀ ପ୍ରଶଂସା କରିବା ସହ ସାଧୁବାଦ ଜଣାଇଛନ୍ତି ।

ରିପୋର୍ଟ : ନିଲୁ ବିଷୋୟୀ