ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ…

ଛତ୍ରପୁର (ସମୃଦ୍ଧ ଓଡିଶା) ଆସନ୍ତା ୧୨ ତାରିଖ ସୋମବାର ଦିନ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ କେବଳ ପୁରୀକୁ ଛାଡି ଦେଲେ ଅନ୍ୟ କୌଣସି ସ୍ଥାନରେ ରଥ ନ ଗଡିବା ପାଇଁ ସରକାରଙ୍କ କଡା ନିର୍ଦ୍ଦେଶ ରହିଛି । କରୋନା ମହାମାରୀ ଯୋଗୁଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ତେବେ କେବଳ ମନ୍ଦିର ଭିତରେ କିଛି ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ରିତୀନିତୀ ପାଳନ କରାଯିବା ନେଇ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଛତ୍ରପୁର ତାଡେପଲ୍ଲୀ ସାହି ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମନ୍ଦିର ପରିଚାଳନା କମିଟିର ସଦସ୍ୟମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ କୋଭିଡ ନିୟମକୁ ମାନି ମହାପ୍ରଭୁଙ୍କ ରିତୀନିତୀକୁ ସମ୍ପନ୍ନ କରିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି । ମନ୍ଦିର ପରିସରରେ ଏକ ଅସ୍ଥାୟୀ ରଥ ନିର୍ମାଣ କରାଯାଇ ରଥଯାତ୍ରା ପାଳନ କରାଯିବା ସହ ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶକୁ ବାରଣ କରାଯିବ । କେବଳ ସେବାୟତମାନଙ୍କ ଦ୍ୱାରା ରଥଯାତ୍ରା ପାଳନ କରିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ମନ୍ଦିର ପରିଚାଳନା କମିଟିର ଜଗବନ୍ଧୁ ପାଣିଗ୍ରାହୀ, ଆଦିକନ୍ଦ ପାଣିଗ୍ରାହୀ, ରମେଶ ଚନ୍ଦ୍ର ଚୈାଧୁରୀ, ଭାଗବତ ପ୍ରସାଦ ମହାପାତ୍ର, ମନୁ ସେନାପତି, କୃଷ୍ଣ ସାହୁ, ଅସିତ ପଟ୍ଟନାୟକ, ସୁଧୀର କାନ୍ତ ରଥ, ଏନ୍‌. ପ୍ରଭାକର, ସନ୍ତୋଷ ମିଶ୍ର, ରାଜେନ୍ଦ୍ର ଶତପଥି, ଗୋବିନ୍ଦ ମିଶ୍ର, ମହାଶକ୍ତି ବଣିକ ସଂଘର ସଭାପତି କିଶୋର ଚନ୍ଦ୍ର ସେନାପତି, ସତ୍ୟବ୍ରତ ପାଣିଗ୍ରାହୀ, ଦାଶରଥି ନେପାକ, ଭୁବନେଶ୍ୱର ପାତ୍ରଙ୍କ ସମେତ ମନ୍ଦିର ପରିଚାଳନା କମିଟିର ବହୁ ସଦସ୍ୟମାନେ ଉପସ୍ଥିତ ଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା