ରାଶିଫଳ

ମେଷ: ନିଜ କାର୍ଯ୍ୟରେ ସମୀକ୍ଷା କରିବେ। ଭାଗ୍ୟବାନ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି। ବ୍ୟକ୍ତିତ୍ୱର ପରିଚୟ ଦେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।
ବୃଷ: ଯାତ୍ରାରେ ସଫଳତା ମିଳିବ। ସୁଖ ସମ୍ମାନ ଲାଭକରି ପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣକ୍ଷେତ୍ରରେ ବୀରତ୍ୱର ପରିଚୟ ଦେବେ। ମୋକଦ୍ଦମାରେ ବିଜୟୀ ହେବେ। ବିଭିନ୍ନ ସୂତ୍ରରୁ ଧନଲାଭର ସୂଚନା ମିଳୁଛି।
ମିଥୁନ: ଆର୍ଥିକ କଷ୍ଟ ଅନୁଭବ କରିପାରନ୍ତି। ସୁଖ ମିଳିବ। ସମ୍ମାନିତ ହେବେ। ମଧୁରଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଖର୍ଚ୍ଚାନ୍ତ ଯୋଗ ଅଛି। ସାହସୀ ଓ ଜ୍ଞାନୀ ହେବେ।
କର୍କଟ: ଦକ୍ଷତାର ଉପଯୋଗ କରିପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହୋଇ ଧନଲାଭ କରିବେ।
ସିଂହ: ମୂଲ୍ୟବାନ ଦ୍ରବ୍ୟଲାଭ ହେବ। ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ପରିବାରର ମୁଖ୍ୟ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି।
କନ୍ୟା: ପଦୋନ୍ନତି ପାଇ ଦୁରୂହ କାର୍ଯ୍ୟ କରିବେ। ପରାଶ୍ରିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ସାହସୀ ଓ ଉଦ୍ୟୋଗୀ ହୋଇପାରନ୍ତି।
ତୁଳା: ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହେବାର ସୂଚନା ମିଳୁଛି। ସ୍ୱାଭିମାନୀ ହେବେ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ହେତୁ ସତର୍କ ରହିବେ।
ବିଛା: କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଲାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ଅଧୀନ ହେବେ।
ଧନୁ: ଯାହା ଇଚ୍ଛା କରିବେ; ତାହା କରିପାରନ୍ତି। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ।
ମକର: ପିଲାମାନଙ୍କ ପଢ଼ାପଢ଼ିରେ ଆନନ୍ଦ ଅନୁଭବ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଓ ଅନ୍ୟ ସୂତ୍ରରୁ ଆର୍ଥିକ ସ୍ରୋତ ବହିବ।
କୁମ୍ଭ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମ ଉପରେ ଗୁରୁତ୍ୱ ଦେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷକମାନେ କ୍ଷେତ ଉପରେ ଧ୍ୟାନ ଦେବେ। ଜଳପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ।
ମୀନ: ଚିତ୍ତରେ ପ୍ରସନ୍ନତା ଦେଖା ଦେବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କର ଆଦରଣୀୟ ହେବେ। ବିବାଦୀୟ କ୍ଷେତ୍ରରେ ବିଜୟୀ ହେବେ।