ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୨୪ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ…

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

ଛତ୍ରପୁର (ସମୃଦ୍ଧ ଓଡିଶା) ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୨୪ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ଆନ୍ଧ୍ର ବ୍ୟାଙ୍କ ବ୍ରହ୍ମପୁର ମଣ୍ଡଳ ପ୍ରବନ୍ଧକ ଭୁବନେଶ୍ୱର ନାୟକ ଉଦଘାଟନ କରିଥିଲେ । ପରିଚାଳନା ସମିତିର ସଭାପତି ରଜନୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ପ୍ରଧାନ ଆଚାର୍ଯ୍ୟ ମହେଶ୍ୱର ସ୍ୱାଇଁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଯୁଗ୍ମ ସମ୍ପାଦକ ପ୍ରଶାନ୍ତ କୁମାର ପାଢ଼ୀ, କ୍ରୀଡା ଆଚାର୍ଯ୍ୟ ଚତୁର୍ଭୁଜ ତ୍ରିପାଠୀଙ୍କ ସମେତ ସମସ୍ତ ଗୁରୁଜୀ, ଗୁରୁମା ଓ ପରିଚାଳନା ସମିତି ସହଯୋଗ କରିଥିଲେ । ବରିଷ୍ଠ ଆଚାର୍ଯ୍ୟ ଟି. ସୁରେଶ ଆଚାର୍ଯ୍ୟ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।