ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ

ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ହୋଇଛି। ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଆସନ୍ତାକାଲି ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏନେଇ ସୂଚନା ଦେଇଛନ୍ତି ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଶାନ୍ତିଲତା ବାରିକ ଛୋଟରାୟ ହେଉଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ। ଜୀବନ କାଳ ଭିତରେ ଅନେକ ଲୋକପ୍ରିୟ ଜଗନ୍ନାଥ ଭଜନ ଗାଇଛନ୍ତି। ୨୦୧୧ ମସିହାରେ ସେ ଅସୁସ୍ଥ ହୋଇପଡ଼ିଥିଲା। ହେଲ୍‌ଚେକ୍‌ ପରେ କ୍ୟାନ୍‌ସର ହୋଇଥିବା ଜାଣିବାକୁ ପାଇଥିଲେ ପରିବାର ଲୋକେ। ତାଙ୍କୁ ସଙ୍ଗେ ସଙ୍ଗେ ମୁମ୍ୱାଇର ଟାଟା ମେମୋରିଆଲ୍‌ କ୍ୟାନ୍‌ସର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ସାମାନ୍ୟ ସୁସ୍ଥ ହୋଇଥିଲେ। କିନ୍ତୁ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇନଥିଲେ।

ରିପୋର୍ଟ : ରଜତ ମହାପାତ୍ର