ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ଅମ୍ପନ ପରେ ଆରବ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା । ସୂଚନା ଅନୁଯାୟୀ ଦକ୍ଷିଣ ପୂର୍ବ ଓ ମଧ୍ୟ ପୂର୍ବ ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ଧାରଣ କରିବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ଆଶଙ୍କା କରାଯାଇଛି । ଜୁନ୍ ୨ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତର ଦିଗକୁ ଗତି କରିବ । ଏହାପରେ ଦିଗ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗ ଆଡକୁ ଗତି କରିବ । ୩ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ମହାରାଷ୍ଟ୍ର ଓ ଦକ୍ଷିଣ ଗୁଜରାଟ ଉପକୂଳ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ଜଣାପଡିଛି । ଏହାର ପ୍ରଭାବରେ ଲାକ୍ଷାଦ୍ୱୀପ, କେରଳ, କର୍ଣ୍ଣାଟକ ଉପକୂଳରେ ସାମାନ୍ୟ କିମ୍ବା ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କୁହାଯାଇଛି ।